ଆସନ୍ତାକାଲିଠାରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଜିତେନ୍ଦ୍ର ସିଂହ

ନୂଆଦିଲ୍ଲୀ : ଓଡ଼ିଶା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ ଆସନ୍ତା ୧୪ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଜାନୁଆରୀ ୧୪ରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼, ୧୫ରେ ସମ୍ବଲପୁର ଓ ୧୬ରେ ଭୁବନେଶ୍ୱର ଗସ୍ତ ପରେ ୧୭ରେ ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶା ଗସ୍ତ ସମୟରେ କଂଗ୍ରେସ ପ୍ରଭାରୀ ଶ୍ରୀ ସିଂହ ଦଳୀୟ ସାଂସଦ, ବିଧାୟକ, ନେତା ଓ କର୍ମୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି ।