ପ୍ରଦେଶ କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ୨୯ତମ ବଳିଦାନ ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ଭାରତରତ୍ନ ପୂର୍ବତନ  ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ରାଜୀବ ଗାନ୍ଧୀଙ୍କ ୨୯ତମ ବଳିଦାନ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ  ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ରାଜୀବଭବନ ଠାରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ।  ପରେ କଂଗ୍ରେସ ଭବନ ପରିସରରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ସମସ୍ତ  ନେତୃବୃନ୍ଦ ସ୍ୱର୍ଗତଃ ଗାନ୍ଧୀଙ୍କୁ ଏକ ମହାମାନବୀୟ ଚିନ୍ତାଧାରାର ଜ୍ୱଳନ୍ତ ଉଦାହରଣ କହି ନିଜ ନିଜର  ଶ୍ରଦ୍ଧାସୁମନ ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ସୁରେଶ କୁମାର ରାଉତରାୟ, ଶୁଭେନ୍ଦୁ ମହାନ୍ତି, ଶିବାନନ୍ଦ ରାୟ, ଜ୍ଞାନଦେବ ବେଉରା, ରଶ୍ମି ମହାପାତ୍ର,  ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ଅମୀୟ ପଟ୍ଟନାୟକ ସମେତ ଅନେକ କଂଗ୍ରେସ କର୍ମୀ ଅଂଶଗ୍ରହଣ କରିଥିଲେ ।

Comments are closed.