କଟକ ମହାନଗର ନିଗମ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ

କଟକ ମହାନଗର ନିଗମ ୩୮ ନମ୍ବର ୱାର୍ଡ ଅନ୍ତର୍ଗତ ମାଲଗୋଦାମ ବେହେରା ସାହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଉକ୍ତ ଅଞ୍ଚଳରେ ଅନେକ ସ୍ଥାନୀୟ ପଜିଟିଭ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ସିଏମସି।କଣ୍ଟେନମେଣ୍ଟ ଅଞ୍ଚଳ ମଧ୍ୟକୁ ପ୍ରବେଶ ପାଇଁ କଟକଣା ଜାରି କରାଯାଇଛି। କୌଣସି ବାହାର ଲୋକ ସେହି ଅଞ୍ଚଳ ମଧ୍ୟକୁ ପ୍ରବେଶ କରି ପାରିବେ ନାହିଁ ଓ କୌଣସି ଲୋକ ବାହାରକୁ ଯାଇ ପାରିବେ ନାହିଁ। ସେହିପରି କଣ୍ଟେନମେଣ୍ଟ ଘୋଷଣା କରାଯାଇଥିବା ସ୍ଥାନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଏଥିସହ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବ ସିଏମସି। 

Comments are closed.