ଦିନକରେ ୨୨ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୨୨ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ ବୌଦ୍ଧ,ଖୋର୍ଦ୍ଧା,କୋରାପୁଟ,ନୂଆପଡା, ରାୟଗଡା, ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୁଳରୁ ୨ ଲେଖାଏଁ , ଗଜପତି ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୩୩୫କୁ ବୃଦ୍ଧି ପାଉଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.