ରାଜ୍ୟରେ ଆଖି ବୁଜିଲେ ଆଉ ୨୬ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬, କଳାହାଣ୍ଡିରୁ ୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଓ ପୁରୀରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୫୬ରେ ପହଞ୍ଚିଛି।

Comments are closed.