ଚାଲିଗଲା ଆଉ ୧୬ ଆକ୍ରାନ୍ତଙ୍କ ଜୀବନ ; ମୃତ୍ୟୁ ସଂଖ୍ୟା ଛୁଇଁଲା ୧୫୪୩

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ମଧ୍ୟ ଥମୁନି ମୃତକଙ୍କ ସଂଖ୍ୟା। ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ୧୬ ଆକ୍ରାନ୍ତଙ୍କ ଜୀବନ ଚାଲି ଯାଇଛି। ଏବେ ମୃତ୍ୟୁ ସଂଖ୍ୟା ୧୫୪୩ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଓ ବରଗଡରୁ ୩ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେହିପରି ଝାରସୁଗୁଡାରୁ ୨, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments
Loading...