କରୋନାରେ ଆଖି ବୁଜିଲେ ଆଉ ୧୯ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୦ ଜିଲାରୁ ୧୯ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଦାରୁ ସର୍ବାଧିକ ୪, ଅନୁଗୁଳ, ରାୟଗଡାରୁ ୩ ଲେଖାଏଁ, ନୂଆପଡା , ସୁନ୍ଦରଗଡରୁ ୨ ଲେଖାଏଁ, ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର, ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୩୧୩ରେ ପହଞ୍ଚିଛି।

Comments
Loading...