ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ ; ୧ଲକ୍ଷ ୧୫ ହଜାର ଟପିଲା ନୂଆ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ। ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ। ୨୪ ଘଣଟାରେ ଦେଶରେ ୧,୧୫,୭୩୬ ନୂଆ କରୋନା ପଜଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୨୮,୦୧,୭୮୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୬୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୬,୧୭୭ରେ ପହଞ୍ଚିଛି। ଦିନକରେ ୫୯,୮୫୬ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୭,୯୨,୧୩୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮,୪୩,୪୭୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.