ହ୍ରାସ ପାଉଛି ସଂକ୍ରମଣ; ୪୮ ହଜାର ୬୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ହ୍ରାସ ପାଉଛି ସଂକ୍ରମଣ। ୨୪ ଘଣ୍ଟାରେ ୪୮ ହଜାର ୬୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୬୩ ଜଣଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୧ ହଜାର ୯୦ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ଲକ୍ଷ ୮୮ ହଜାର ୮୫୧କୁ ବୃଦ୍ଧି ପାଇଛି। ୫,୯୪,୩୮୬ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୩,୭୩,୩୭୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.