ଦେଶରେ ନୂଆ ଆକ୍ରାନ୍ତ ୩୦,୬୧୫ ; ଆରୋଗ୍ୟହାର ୯୭.୯୪%

ନୂଆଦିଲ୍ଲୀ : ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ୨୪ ଘଣ୍ଟାରେ ଆଉ ୩୦,୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୨୭,୨୩,୫୫୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୫,୦୯,୮୭୨ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୮୨,୯୮୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୧୮,୪୩,୪୪୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୭.୯୪%। ୩,୭୦,୨୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୮୭%। ଦିନକରେ ଆଉ ୧୨,୫୧,୬୭୭ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୫,୪୨,୮୪,୯୭୯ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୪୧,୫୪,୪୭୬ ଟିକା ନେଇଛନ୍ତି। ଏଯାଏଁ ମୋଟ ୧,୭୩,୮୬,୮୧,୬୭୫ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.