ରାଜ୍ୟରେ ୯ ଜିଲାରୁ ଆଖି ବୁଜିଲେ ୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ୯ ଜିଲାରୁ ୨୨ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୃତକଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ , ଗଜପତି, କୋରାପୁଟ ଓ ରାୟଗଡାରୁ ୨ ଲେଖାଏଁ , ବଲାଙ୍ଗୀରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୩୫୭ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.