ରାଜ୍ୟରେ ଆଖି ବୁଜିଲେ ଆଉ ୨୭ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୭ ଜଣ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ କୋରାପୁଟ ଓ ଖୋର୍ଦ୍ଧାରୁ ୪ ଲେଖାଏଁ ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। କଳାହାଣ୍ଡିରୁ ୨, ବରଗଡ, ବଲାଙ୍ଗୀର , ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୩୦ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.