ଦେଶରେ ନୂଆ କରୋନା ଆକ୍ରାନ୍ତ ୩୮,୦୭୪ ; ମୃତ ୪୪୮

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୩୮,୦୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୪୪୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୨୭ ହଜାର ୦୫୯ରେ ପହଞ୍ଚିଛି। ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫,୯୧,୭୩୧କୁ ବୃଦ୍ଧି ପାଇଛି। ୫,୦୫,୨୬୫ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୯,୫୯,୪୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.