ଦୈନିକ ସଂକ୍ରମଣରେ ହ୍ରାସ ; ଦିନକରେ ୩ ଲକ୍ଷ ୨୬ ହଜାର ୦୯୮ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମଣରେ ହ୍ରାସ ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୩ ଲକ୍ଷ ୨୬ ହଜାର ୦୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୩,୭୨,୯୦୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୮୯୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୬୬,୨୦୭ରେ ପହଞ୍ଚିଛି। ଦିନକରେ ୩,୫୩,୨୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨,୦୪,୩୨,୮୯୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୬,୭୩,୮୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.