ହ୍ରାସ ପାଉଛି ମୃତକଙ୍କ ସଂଖ୍ୟା ; ୧.୨୭ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧.୨୭ ଲକ୍ଷରୁ ଅଧିକ ରହିଛି। ପୂର୍ବରୁ ଦୈନିକ ୪ ହଜାରରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ବେଳେ ଦୀର୍ଘ ଦିନ ପରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ତଳକୁ ରହିଛି। ଆଉ ୧ ଲକ୍ଷ ୨୭ ହଜାର ୫୧୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୧,୭୫,୦୪୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨,୭୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୩୧,୮୯୫ରେ ପହଞ୍ଚିଛି। ଦିନକରେ ୨,୫୫,୨୮୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୯,୪୭,୬୨୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮,୯୫,୫୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.