ଦିନକରେ ଚିହ୍ନଟ ୧.୩୨ ଲକ୍ଷ ନୂଆ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧ ଲକ୍ଷ ୩୨ ହଜାର ୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫,୭୪,୩୫୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨ ହଜାର ୭୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୦୭ ହଜାର ୦୭୧ ସୁସ୍ଥ ହୋଇଥିବା ବେଳେ ମୋଟ ୨,୬୫,୯୭,୬୫୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୬,୩୫,୯୯୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୨,୪୧, ୦୯,୪୪୮ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.