ଦେଶରେ ହ୍ରାସ ଦୈନିକ ସଂକ୍ରମଣ , ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନାର ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୩୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୯,୦୯,୯୭୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ହଜାର ୪୨୭ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୯ହଜାର ୧୮୬ରେ ପହଞ୍ଚିଛି। ଦିନକରେ ୧ ଲକ୍ଷ ୭୪ହଜାର ୩୯୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୧,୫୯,୧୮୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୪,୦୧,୬୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୩,୨୭,୮୬,୪୮୨ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.