ଦେଶରେ ଲକ୍ଷେ ତଳକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଦୀର୍ଘ ଦିନ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଆଉ ୮୬ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୯,୯୬,୪୭୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨ ହଜାର ୧୨୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୯ରେ ପହଞ୍ଚିଛି। ଦିନକରେ ଆଉ ୧ଲକ୍ଷ ୮୨ ହଜାର ୨୮୨ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୩,୪୧,୪୬୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩,୦୩,୭୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୩,୬୧,୯୮,୭୨୬ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.