ଦେଶରେ ହ୍ରାସ ସଂକ୍ରମିତଙ୍କ ସଂଖ୍ୟା ; ନୂଆ ପଜିଟିଭ ୯୨,୫୯୬

ନୂଆଦିଲ୍ଲୀ : ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ସହ ୨୪ ଘଣ୍ଟାରେ ଆଉ ୯୨,୫୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୮୯,୦୬୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ହଜାର ୨୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୨୮ରେ ପହଞ୍ଚିଛି। ଦିନକରେ ୧ ଲକ୍ଷ ୬୨ ହଜାର ୬୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୫,୦୪,୧୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୪.୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ୧୨,୩୧,୪୧୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୩,୯୦,୫୮,୩୬୦ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.