ଦେଶରେ ଆଉ ନୂଆ ସଂକ୍ରମିତ ୯୧,୭୦୨

ନୂଆଦିଲ୍ଲୀ : ଦେଶରେ ଲଗାତାର କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ତକଳୁ ରହିଛି। ୨୪ ଘଣ୍ଟାରେ ଆଉ ୯୧,୭୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୨,୭୪,୮୨୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୪୦୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୬୩,୦୭୯ରେ ପହଞ୍ଚିଛି। ଦିନକରେ ଆଉ ୧,୩୪,୫୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୭,୯୦,୦୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧,୨୧,୬୭୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪,୬୦,୮୫,୬୪୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.