ଦେଶରେ ନୂଆ ସଂକ୍ରମିତ ୬୨,୨୨୪

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୬୨ ହଜାର ୨୨୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୬,୩୩,୧୦୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨ ହଜାର ୫୪୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୯,୫୭୩ରେ ପହଞ୍ଚିଛି। ଦିନକରେ ୧,୦୭, ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୩,୮୮,୧୦୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮,୬୫,୪୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୧୯,୭୨,୦୧୪ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments
Loading...