ଦେଶରେ ହ୍ରାସ ପାଉଛି ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ଲଗାତାର ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୫୦,୮୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୦,୨୮,୭୦୯ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୩୫୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୦,୬୬୦ରେ ପହଞ୍ଚିଛି। ଦିନକରେ ଆଉ ୬୮,୮୧୭ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୯,୯୪,୮୫୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆରୋଗ୍ୟହାର ୯୬.୫୬%। ୬,୪୩,୧୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.