ଦେଶରେ ନୂଆ ସଂକ୍ରମିତ ୪୧,୫୦୬ ; ମୃତ୍ୟୁ ହାର ୧.୩୨%

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୪୧ ହଜାର ୫୦୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୩୭,୨୨୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୦୮,୦୪୦ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୨%। ସେହିପରି ଆଉ ୪୧,୫୨୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୯,୭୫,୦୬୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୭.୨୦%। ଆଉ ୪,୫୪,୧୧୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୧.୪୭%। ଦିନକରେ ୧୮,୪୩,୫୦୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୪୩,୦୮,୮୫,୪୭୦ ନମୁନା ପରୀକ୍ଷା କରାଯାଇଛି। ଦିନକରେ ଆଉ ୩୭,୨୩, ୩୬୭ ଟିକା ନେଇଥିବା ବେଳେ ଆଜି ସୁଦ୍ଧା ମୋଟ ୩୭,୬୦,୩୨,୫୮୬ ଟିକା କରଣ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.