ଦେଶରେ ଆଉ ନୂଆ ସଂକ୍ରମିତ ୪୭,୦୯୨ ; ମୃତ ୫୦୯

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ଅତିକ୍ରମ କରିଛି। ୨୪ଘଣ୍ଟାରେ ଆଉ ୪୭,୦୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୭,୯୩୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୦୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୩୯,୫୨୯ରେ ପହଞ୍ଚିଛି। ଦିନକରେ ଆଉ ୩୫,୧୮୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୨୦,୨୮,୮୨୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୮୯,୫୮୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସେହିଭଳି ଦିନକରେ ଆଉ ୮୧,୦୯,୨୪୪ଟିକା ନେଇଥିବା ବେଳେ ମୋଟ ୬୬,୩୦,୩୭,୩୩୪ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.