ଦେଶରେ ଆଉ ନୂଆ ସଂକ୍ରମିତ ୨୭, ୧୭୬ ; ମୃତ ୨୮୪

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୭ ହଜାର ୧୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୧୬,୭୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୮୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୩,୪୯୭ରେ ପହଞ୍ଚିଛି। ଦିନକରେ ଆଉ ୩୮,୦୧୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୨୫,୨୨,୧୭୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୫୧,୦୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ଆଉ ୬୧,୧୫,୬୯୦ ଟିକା ନେଇଥିବା ବେଳେ ମୋଟ ୭୫,୮୯,୧୨,୨୭୭ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.