ଦେଶରେ ଚିହ୍ନଟ ହେଲେ ଆଉ ୩୫,୬୬୨ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ପୁଣି ଦୈନିକ ସଂକ୍ରମଣ ୩୦ ହଜାର ଅତିକ୍ରମ କରୁଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୩୫,୬୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୭,୩୯୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୮୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୪,୫୨୯ରେ ପହଞ୍ଚିଛି। ଦିନକରେ ଆଉ ୩୩,୭୯୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୨୬,୩୨,୨୨୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଆରୋଗ୍ୟହାର ୯୭.୬୫%। ୩,୪୦,୬୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏହାସହ ୨୪ ଘଣ୍ଟା ମଧ୍ୟରେ ସବୁଠାରୁ ଅଧିକ ୨.୫ କୋଟି ରେକର୍ଡ ସଂଖ୍ୟକ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.