ଦେଶରେ ଆଉ ୧୫,୯୮୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୧୫,୯୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୫୩,୫୭୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୬୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୫୧,୯୮୦ରେ ପହଞ୍ଚିଛି। ଦିନକରେ ଆଉ ୧୭,୮୬୧ ସୁସ୍ଥ ହୋଇଛନ୍ତି। ଏହାସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩,୩୩,୯୯,୯୬୧ରେ ପହଞ୍ଚିଛି। ୨,୦୧,୬୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ୮,୩୬,୧୧୮ ଟିକା ନେଇଥିବା ବେଳେ ମୋଟ ୯୭,୨୩,୭୭,୦୪୫ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.