ଦେଶରେ ନୂଆ ଆକ୍ରାନ୍ତ ୨୪,୦୧୦ ; ୩୫୫ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଭୟ ହ୍ରାସ ଓ କିଛି ପରିମାଣରେ ବୃଦ୍ଧି ପାଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୨୪,୦୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୫୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧,୪୪,୪୫୧ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୯,୫୬,୫୫୮କୁ ବୃଦ୍ଧି ପାଇଛି। ୯୪,୮୯,୭୪୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୨୨,୩୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.