ଦିନକରେ ୨୨ ହଜାର ୨୭୨ ନୂଆ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଛି। ଦିନକରେ ୨୨ ହଜାର ୨୭୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୫୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୭ ହଜାର ୩୪୩ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨୨ ହଜାର ୨୭୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ଲକ୍ଷ ୬୯ ହଜାର ୧୧୮କୁ ବୃଦ୍ଧି ପାଇଛି। ୨,୮୧,୬୬୭ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ୯୭,୪୦,୧୦୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.