ଆଉ ୬୩,୩୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ୮୯୫ ମୃତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାସହ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭୦ ହଜାର ୪୬୯କୁ ବୃଦ୍ଧି ପାଇଛି। ମୋଟ ୮,୦୪,୫୨୮ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୬୪,୫୩,୭୭୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.