ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ଆରୋଗ୍ୟ ହାର ବୃଦ୍ଧି , ନୂଆ ପଜିଟିଭ ୧୬,୩୧୧

ନୂଆଦିଲ୍ଲୀ : ଦେଶରେ କରୋନା ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୧୬ହଜାର ୩୧୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ୧୬୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ ଦିନକରେ ୧୯,୨୯୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୧,୧୬୦ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୪,୬୬,୫୯୫କୁ ବୃଦ୍ଧି ପାଇଛି। ୨,୨୨,୫୨୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୦,୯୨,୯୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.