ହ୍ରାସ ପାଉଛି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୬,୯୪୬

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୧୬,୯୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୧୯୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୧୭, ୬୫୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ,୫୧,୭୨୭ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂକ୍ୟା ୧,୦୫,୧୨,୦୯୩କୁ ବୃଦ୍ଧି ପାଇଛି। ୧,୦୧,୪୬,୭୬୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୧୩,୬୦୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.