ଦେଶରେ ନୂଆ ସଂକ୍ରମିତ ୧୦,୦୬୪ ; ୧୩୭ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଛି। ଦିନକରେ ୧୦,୦୬୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୮୧,୮୩୭କୁ ବୃଦ୍ଧି ପାଇଛି। ସେହିଭଳି ଚିକିତ୍ସାଧୀନ ଅବସ୍ଥାରେ ୧୩୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧,୫୨,୫୫୬ରେ ପହଞ୍ଚିଛି। ୧,୦୨,୨୮,୭୫୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୦୦୫୨୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.