ଦେଶରେ ଚିହ୍ନଟ ପଜିଟିଭ ୧୨,୬୮୯ ; ମୃତ ୧୩୭

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୧୨,୬୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ୧,୦୬,୮୯,୫୨୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୩୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୩,୭୨୪ରେ ପହଞ୍ଚିଛି। ଦିନକରେ ୧୩,୩୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୦୩,୫୯,୩୦୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୬,୪୯୮ ସକ୍ରିୟ ଆକ୍ରାନ୍ତ ଚିକତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments
Loading...