ଦେଶରେ ପୁଣି ସଂକ୍ରମଣ ବୃଦ୍ଧି ; ଆଉ ପଜିଟିଭ ୧୩,୯୯୩

ନୂଆଦିଳ୍ଲୀ : ଦେଶରେ କିଛିଦିନ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ହ୍ରାସ ପାଉଥିବା ଦେଖାଦେଇଥିବା ବେଳେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ଦେଶରେ ଦିନକରେ ୧୩,୯୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୦୯,୭୭,୩୮୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୦୧ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୬,୨୧୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୦,୩୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୬,୭୮,୦୪୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୪୩,୧୨୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.