ଦେଶରେ ଆଉ ପଜିଟିଭ ୧୦,୫୮୪

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ଦିନକରେ ଆଉ ୧୦,୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୦,୧୬,୪୩୪କୁ ବୃଦ୍ଧି ପାଇଛି। ୭୮ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୬,୪୬୩ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୩,୨୫୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୭,୧୨,୬୬୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୪୭,୩୦୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.