ଦେଶରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ; ଆଉ ପଜିଟିଭ ୧୪,୯୮୯

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଏଥିରେ ବୃଦ୍ଧି ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୧୪,୯୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୧,୩୯,୫୧୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୯୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୩୪୬ରେ ପହଞ୍ଚିଛି। ଦିନକରେ ୧୩,୧୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୮,୧୨,୦୪୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୦,୧୨୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.