ଆଉ ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ତୁଳନାରେ ସାମାନ୍ୟ ହ୍ରାସ ପାଇଛି। ଆଉ ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୧,୭୩,୭୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୫୪୮ରେ ପହଞ୍ଚିଛି। ଦିନକରେ ୧୩,୮୧୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୮,୩୯,୮୯୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୬,୩୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.