ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ; ପଜିଟିଭ ୧୮,୫୯୯ ; ମୃତ ୯୭

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୧୮,୫୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ୧,୧୨,୨୯,୩୯୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୯୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୮୫୩ରେ ପହଞ୍ଚିଛି। ଦିନକରେ ୧୪,୨୭୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୮,୮୨,୭୯୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୮୮,୭୪୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.