ଦେଶରେ ପୁଣି ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ପୁଣି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ଆଉ ୧୭,୯୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୨,୬୨,୭୦୭କୁ ବୃଦ୍ଧି ପାଇଛି। ଦିନକରେ ୨୦,୬୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୦୯,୨୦,୦୪୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୧୩୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୦୬୩ରେ ପହଞ୍ଚିଛି। ସେହିପରି ୧,୮୪,୫୯୮ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.