ଦେଶରେ ଦିନକରେ ଆଉ ୨୨,୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୨୨,୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୮୫,୫୬୧କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୨୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୧୮୯ରେ ପହଞ୍ଚିଛି। ସେହିପରି ୧୮,୧୦୦ ଆକ୍ରାନ୍ତ ଦିନକରେ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୯,୩୮, ୧୪୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୮୯,୨୨୬ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.