ଦେଶରେ ନୂଆ କରୋନା ପଜିଟିଭ ୨୩,୨୮୫

ନୂଆଦିଲ୍ଲୀ : ଦେଶରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩ ହଜାର ଟପିଛି। ଦିନକରେ ଆଉ ୨୩,୨୮୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୩,୦୮,୮୪୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୩୦୬ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୫, ୧୫୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୯,୫୩,୩୦୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୯୭,୨୩୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.