ଦେଶରେ ଆଜି ୨୪,୮୮୨ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଛି। ଦିନକରେ ଆଉ ୨୪,୮୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୩୩,୭୨୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୪୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୪୪୬ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୯,୯୫୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୯,୭୩,୨୬୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୦୨,୦୨୨ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.