ଦେଶରେ ନୂଆ ଆକ୍ରାନ୍ତ ; ୨୪,୪୯୨, ମୃତ ୧୩୧

ନୂଆଦିଲ୍ଲୀ : ଦେଶରେ ଆଜି ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଛି। ଦିନକରେ ୨୪,୪୯୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୧୪,୦୯,୮୩୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୩୧ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା  ୧,୫୮,୮୫୬ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨୦,୧୯୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୨୭,୫୪୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୨୩,୪୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.