ଦେଶରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତ, ୨୮୯୦୩ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ସଂକ୍ରମଣ ଲଗାତାର ବୃଦ୍ଧି ପାଇବାରେ ଲାଗିଛି। ଦିନକରେ ଆଉ ୨୮,୯୦୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୪,୩୮,୭୩୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୮୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୯,୦୪୪ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୭,୭୪୧ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୪୫,୨୮୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୩୪,୪୦୬ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.