ଦେଶରେ ୪୦ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ୪୦ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ୩୯,୭୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୫,୧୪,୩୩୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୩୭୦ରେ ପହଞ୍ଚିଛି। ଦିନକରେ ୨୦,୬୫୪ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୮୩,୬୭୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୭୧,୨୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.