ଦେଶରେ ଦିନକରେ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଦୈନିକ ସଂକ୍ରମଣ ୪୦ ହଜାର ଟପୁଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬,୭୯୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୦,୧୬୬ରେ ପହଞ୍ଚିଛି। ଦିନକରେ ୨୯,୭୮୫ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୧,୮୧,୨୫୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୪୫,୩୭୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.