ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ନୂଆ ପଜିଟିଭ ୬୨,୨୫୮

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟାରେ ୬୨,୨୫୮ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୯,୦୮,୯୧୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୯୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧,୬୧,୨୪୦ରେ ପହଞ୍ଚିଛି। ଦିନକରେ ୩୦,୩୮୬ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୨,୯୫,୦୨୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪,୫୨,୬୪୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments
Loading...