ଦେଶରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ; ଦିନକରେ ପଜିଟିଭ ଟପିଲା ୧ଲକ୍ଷ ୨୬ ହଜାର

ନୂଆଦିଲ୍ଲୀ : ଦେଶରେ କରୋନାର ଦ୍ୱିତୀୟ ତରଙ୍ଗ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଗତ କିଛି ଦିନ ମଧ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ତୁଳନାରେ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ୧ଲକ୍ଷ ୨୬ ହଜାର ୭୮୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୨୯,୨୮,୫୭୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୬୮୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୬,୮୬୨ରେ ପହଞ୍ଚିଛି। ଦିନକରେ ୫୯,୨୫୮ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୮,୫୧,୩୯୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୧୦,୩୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.