ଦେଶରେ ରେକର୍ଡ ଭାଙ୍ଗୁଛି କରୋନା ; ଦିନକରେ ୧ ଲକ୍ଷ ୪୫ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଗତକିଛି ଦିନ ତୁଳନାରେ ପ୍ରତିଦିନ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସପ୍ତାହରେ ଲଗାତାର ଏକ ଲକ୍ଷରୁ ଅଧିକ ପଜିଟିଭ ଚିହ୍ନଟ ହେଉଛନ୍ତି। ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୪୫ ହଜାର ୩୮୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୨,୦୫,୯୨୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୭୯୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୮,୪୩୬ରେ ପହଞ୍ଚିଛି। ଦିନକରେ ୭୭,୫୬୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ  ୧,୧୯,୯୦,୮୫୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦,୪୬,୬୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.